ଆଜି ଦିଲ୍ଲୀରେ ଆରମ୍ଭ ହୋଇଛି ନୀତି ଆୟୋଗ ବୈଠକ । ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଛି ଏହି ବୈଠକ । ଏଥିରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଅର୍ଥମନ୍ତ୍ରୀ ଯୋଗ ଦେଇଛନ୍ତି । ବୈଠକରେ ମୁଖ୍ୟତଃ ୨୦୨୨ ସୁଦ୍ଧା ଚାଷୀଙ୍କ ଆୟ ଦ୍ୱିଗୁଣିତ କରିବା, ଆୟୁଷ୍ମାନ ଭାରତ ଯୋଜନାର କାର୍ଯ୍ୟକାରିତା, ଆକାଂକ୍ଷା ଜିଲ୍ଲାର ବିକାଶ, ଜାତୀୟ ପୋଷଣ ମିଶନ, ମିଶନ ଇନ୍ଦ୍ରଧନୁଷ୍, ମହାତ୍ମାଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଉତ୍ସବ ପାଳନ ଉପରେ ଆଲୋଚନା ଚାଲିଛି । ତେବେ ବୈଠକରେ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇନାହାନ୍ତି । ଏହାକୁ ନେଇ ବିଭିନ୍ନ ମହଲରେ ସମାଲୋଚନା କରାଯାଇଛି ।